ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୋନପୁର: ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ, ଏସପି ଅମରେଶ ପଣ୍ଡା ଯୋଗଦେଇ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ। ୧୫ଟି ଅଭିଯୋଗ ପଞ୍ଜୀକୃତ,୩ ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।

ଅନ୍ୟ ଅଭିଯୋଗ ଗୁଡ଼ିକ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଥିଲା। ସୋନପୁର ବିଡିଓ ସୌମ୍ୟରଞ୍ଜନ ସ୍ବାଇଁଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ବିଶ୍ବରଞ୍ଜନ ପତି, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଏସପି ସୁମତି ତିପାଠୀ, ସୋନପୁର ତହସିଲଦାର ନବୀନ କିଶୋର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ବର ଖାଖା, ସୋନପୁର ପୌର ନିର୍ବାହୀ ଅଧିକାରୀ ସୂର୍ଯ୍ୟାଂଶୁ ରୁଟ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe