ଜିଲ୍ଲା ମୁଖ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗୀର: ଫେବ୍ରୁଆରି ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯକ୍ରମ ଅନୁସାରେ ସୋମବାର ଜିଲ୍ଲା ମୁଖ୍ୟାଳୟସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧୀକ୍ଷକ ନୀତିନ କୁଶଳକର, ଡିଏଫ୍‌ଓ ନୀତୀଶ କୁମାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ ସିଂହ, ବଲାଙ୍ଗୀର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗୀର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ଉପସ୍ଥିତଥିଲେ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୫୩ଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା। ତନ୍ମଧ୍ୟରୁ ୧୩୪ଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୧୯ଟି ସାମୂହିକ ଦରଖାସ୍ତ ଦାଖଲ ହୋଇଥିଲା। ଜିଲ୍ଲାପାଳ ଓ ଏସ୍‌ପି ସମସ୍ତ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ। ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସିନ୍ଧେକେଲା ମାକରିପଡ଼ାର କୁମାରୀ ନାଗଙ୍କୁ ୫ ହଜାର ଟଙ୍କା, ଆଗଲପୁର ବ୍ଲକ୍‌ ଗଣ୍ଡପାଲିର କୁନ୍ଦ ନାଗଙ୍କୁ ୫ ହଜାର ଟଙ୍କାର ସହାୟତା ରାଶି ଚେକ୍‌ ମାଧ୍ୟମରେ ଦିଆଯାଇଥିଲା।

ସମ୍ବନ୍ଧିତ ଖବର