ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ହିତାଧିକାରୀଙ୍କୁ ଘର ମିଳୁନି: ଜେ ପି ନଡ୍ଡା

Advertisment
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ହିତାଧିକାରୀଙ୍କୁ ଘର ମିଳୁନି: ଜେ ପି ନଡ୍ଡା

ଭବାନୀପାଟଣା: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଏକ ନୂଆ ଦିଶା ଦେଇଛନ୍ତି। ଏଥିଲାଗି ତାଙ୍କୁ ସାରା ବିଶ୍ବରେ ପ୍ରଶଂସା କରାଯାଉଛି। ‘ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱକୁ ସାରା ବିଶ୍ୱ ମାନୁଛି, ନୋବେଲ ବିଜେତା ପଲ୍ ରୋମର ବି ମୋଦୀଙ୍କ ପ୍ରଶଂସାରେ ଶତମୁଖ। ଖାଲି ସେତିକି ନୁହେଁ, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ‘ବସ୍’ କହି ସମ୍ବୋଧନ କରୁଛନ୍ତି। କିନ୍ତୁ ଏକଥାକୁ କଂଗ୍ରେସ ହଜମ କରିପାରୁନାହିଁ। କଂଗ୍ରେସ ନେତା ମୋଦୀଙ୍କୁ ସାପ, ବିଚ୍ଛା କହିବାକୁ ବି ପଛାଉନାହାନ୍ତି। କିନ୍ତୁ ଏକଥା ସେମାନେ ଭୁଲିଯାଉଛନ୍ତି, ଦେଶର ୧୪୦ କୋଟି ଜନତା ମୋଦୀଜିଙ୍କ ସହିତ ଅଛନ୍ତି। ଭବାନୀପାଟଣାରେ ବିଜେପିର ମହା ଜନସଂପର୍କ ସମାବେଶରେ ଯୋଗ ଦେଇ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏକଥା କହିଛନ୍ତି।

publive-image

ଏଣେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି  ବିଜେପି ସଭାପତି ଜେପି ନଡ୍ଡା। ସେ  କହିଛନ୍ତି, ଓଡ଼ିଶାରେ ୨୩ ବର୍ଷ ହେଲା ନବୀନ ସରକାର ଚାଲିଛି, ହେଲେ ଓଡ଼ିଶା ସବୁଠାରୁ ପଛୁଆ। ଏହା ଏବେ ଗରିବ ରାଜ୍ୟ ଭାବେ ପରିଚିତ ହେଉଛି। ଓଡ଼ିଶାର ୩.୫ କୋଟି ଲୋକଙ୍କୁ ମୋଦୀ ରାସନ ଦେଉଛନ୍ତି। କିନ୍ତୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ହିତାଧିକାରୀଙ୍କୁ ଘର ମିଳୁନି। ସେ ଆହୁରି କହିଛନ୍ତି, ଓଡ଼ିଶାକୁ ଚଳାଉଛି କିଏ ଓ ଏଠାକାର ନେତା କିଏ  କାହାକୁ ଜଣାନାହିଁ। ଓଡ଼ିଶାକୁ ନେତା ନା ଅଫିସର ଚଳାଉଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।  ବିଜେଡି ସାଂସଦ ଓ ବିଧାୟକଙ୍କ କଥା କେହି ଶୁଣୁନାହାନ୍ତି। ନବୀନ ପଟ୍ଟନା୍ୟକ ଅଧିକାରୀଙ୍କ ହାତରେ ପୂରା ଶାସନକୁ ଟେକି ଦେଇଛନ୍ତି  ବୋଲି କହିବାକୁ ପଛାଇନାହାନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ।

‘ଜୟ ଜଗନ୍ନାଥ’ କହି ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଭାଷଣ ଆରମ୍ଭ କରିବା ସହ ବାହାନଗା ରେଳ ଦୁର୍ଘଟଣାର ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏହି ସାଧାରଣସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବିଶ୍ବେଶ୍ବର ଟୁଡ଼ୁ,  ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ, ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂଦେଓ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା , ସ୍ଥାନୀୟ ବିଧାୟକ ପ୍ରଦୀପ୍ତ ନାୟକ ଓ ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe