୨୯ରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

୨୯ରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୯ ତାରିଖ ସକାଳ ୧୦ଟା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜେପି ନଡ୍ଡାଙ୍କୁ ଭୁବନେଶ୍ୱର ବିମାନବନ୍ଦରରୁ ବିଶାଳ ଶୋଭାଯାତ୍ରାରେ ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅଣାଯିବ। ତାପରେ ସେ ରାଜ୍ୟ କାର୍ଯ୍ୟାଳୟରୁ ଜନତା ମଇଦାନକୁ ଯିବେ। ସେଠାରେ ଦିନ ୧୧ଟା ବେଳେ ଓଡ଼ିଶାର ପ୍ରତ୍ୟେକ ଶକ୍ତି କେନ୍ଦ୍ରର ତିନି ଜଣ ପ୍ରମୁଖ କର୍ମକର୍ତ୍ତାଙ୍କୁ ନେଇ ସମ୍ମିଳନୀ ଉଦବୋଧନ କରିବେ।

publive-image The Indian Express

ଏହାପରେ ରାଜ୍ୟ କାର୍ଯ୍ୟାଳୟରେ ବିଭିନ୍ନ ବୈଠକରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଯୋଗ ଦେବେ, ଯେଉଁଥିରେ ସମସ୍ତ ଜିଲ୍ଲାର ଜିଲ୍ଲା ସଭାପତି,ପଦାଧିକାରୀ, ବିଧାୟକ, ସାଂସଦ, ପୂର୍ବତନ ବିଧାୟକ ସାଂସଦ ଓ ପ୍ରଭାରୀମାନେ ଉପସ୍ଥିତ ରହିବେ। ଏହା ସହ ସାଙ୍ଗଠନିକ ବୈଠକରେ ବି ଯୋଗ ଦେବେ ଶ୍ରୀ ନଡ୍ଡା।
ସେହିଦିନ ରାତିରେ ପୁରୀ ଗସ୍ତ କରିବେ ଜେପି ନଡ୍ଡା। ୩୦ ତାରିଖ ସକାଳେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ସେ ସିଧାସଳଖ ଭଦ୍ରକ ଜିଲ୍ଲାର ଧାମନଗର ଯିବେ ଏବଂ ଦିବଙ୍ଗତ ନେତା ବିଷ୍ଣୁ ସେଠୀଙ୍କ ପରିବାରଙ୍କୁ ଭେଟିବେ। ସେଠୁ ଫେରିବା ପରେ ସେ ଦିନ ୧୧ଟା ବେଳେ ୭ ମୋର୍ଚ୍ଚାର ଜିଲ୍ଲା କମିଟିର ସମସ୍ତ ସଦସ୍ୟଙ୍କ ସହ ଆଲୋଚନା କରିବେ। ଏହି ବୈଠକ ମଧ୍ୟ ଜନତା ମଇଦାନରେ ହେବ। ୩୦ ତାରିଖ ସନ୍ଧ୍ୟାରେ ହିଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe