ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

Advertisment
ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

କଟକ : ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ୍ ଏସ.ମୁରଲୀଧର ଜଷ୍ଟିସ୍ ମହାପାତ୍ରଙ୍କୁ ଶପଥପାଠ କରାଇଛନ୍ତି।

ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ ଚୋପ୍ରା ବିଚାରପତିଙ୍କ ନିଯୁକ୍ତି ସଂପର୍କିତ ଆଦେଶନାମା ପାଠ କରିଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଉତ୍ତରାଖଣ୍ଡ ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ର, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବି.କେ.ନାୟକ, ଜଷ୍ଟିସ ଏସ.ସି.ପରିଜା, ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା, ପୁଲିସ ଡିଜି ଅଭୟ, ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ସିଡିଏ ଅଧ୍ୟକ୍ଷ ଅନୀଲ ସାମଲ, ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।  ଜଷ୍ଟିସ ମହାପାତ୍ରଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୮ରେ ପହଞ୍ଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe