ଭୁବନେଶ୍ବର : ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ବିଜୟ କାନ୍ତ ପଟେଲ ପରବର୍ତ୍ତୀ ଓଡ଼ିଶା ମାନବାଧିକାର କମିସନ ଅଧ୍ୟକ୍ଷ। ପଦ ପୂରଣ ନେଇ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚୟନ କମିଟି ବୈଠକ ହୋଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶଶିକାନ୍ତ ମିଶ୍ର ଯୋଗଦେଇଥିଲେ। ବିଶ୍ବସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜଷ୍ଟିସ୍ ପଟେଲଙ୍କ ନାମକୁ କମିଟି ମୋହର ମାରିଛି। କମିଟିର ସୁପାରିସକୁ ରାଜ୍ୟପାଳ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ।
ଜଷ୍ଟିସ୍ ବିଜୟ କାନ୍ତ ପଟେଲ ହେବେ ପରବର୍ତ୍ତୀ ରାଜ୍ୟ ମାନବାଧିକାର କମିସନ ଅଧ୍ୟକ୍ଷ!
Advertisment
Follow Us