କଟକ : ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାର ତଦନ୍ତର ତଦାରଖ କରିବେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି.ଦାସ। ଏହି ପ୍ରସଂଗରେ ସରକାର ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ। ଆଜି ଜଷ୍ଟିସ ଦାସଙ୍କୁ ଏହି ନୂଆ ଦାୟିତ୍ବ ଦିଆଯାଇଥିବା ସୂଚନା ମିଳିଛି। ଜଷ୍ଟିସ ଦାସ ୨୦୧୫ ଏପ୍ରିଲ ୧୭ରୁ ୨୦୧୯ ମେ ୧୯ ପର୍ଯ୍ୟନ୍ତ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଅବସର ନେଇଥିଲେ। ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ ଭାବେ ସେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଥିଲା।
ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାର ତଦନ୍ତର ତଦାରଖ କରିବେ ଜଷ୍ଟିସ ଜେ.ପି ଦାସ
Advertisment
Follow Us