ଓଡ଼ିଶା ହାଇକୋର୍ଟର ବିଚାରପତି ଭ‌ାବେ ଶପଥ ନେଲେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ଶପଥଗ୍ରହଣ କରିଛନ୍ତି। ଆଜି ହାଇକୋର୍ଟ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରୀଶ ଟଣ୍ଡନ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଶପଥପାଠ କରାଇଥିଲେ।

fgfgfvbb

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ଶପଥଗ୍ରହଣ କରିଛନ୍ତି। ଆଜି ହାଇକୋର୍ଟ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରୀଶ ଟଣ୍ଡନ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଶପଥପାଠ କରାଇଥିଲେ। ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ନିଯୁକ୍ତି  ସ˚ପର୍କିତ ଆଦେଶନାମା ପାଠ କରିଥିଲେ।

ଆଜି ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ସମସ୍ତ ବିଚାରପତି ଉପସ୍ଥିତ ଥିଲେ। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଡଭୋକୋଟ୍‌ ଜେନେରାଲ୍‌ ପୀତାମ୍ବର ଆଚାର୍ଯ୍ୟ, ପୁଲିସ କମିସନର ଏସ୍‌.ଦେବଦତ୍ତ ସିଂହ, ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସିତାଂଶୁ ମୋହନ ଦ୍ବିବେଦୀ, ହାଇକୋର୍ଟ ବାର୍ ସଭାପତି ମନୋଜ କୁମାର ମିଶ୍ରଙ୍କ ସହିତ ଶତାଧିକ ଆଇନଜୀବୀ ଉପସ୍ଥିତ ଥିଲେ। ଏଠାରେ ସୂଚନାଯୋଗ୍ୟ ଯେ କର୍ଣ୍ଣାଟକ ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ଜଷ୍ଟିସ୍‌ ଶ୍ରୀପଦଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ। ଗତ ମେ୧ରେ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। 

ଜଷ୍ଟିସ୍‌ ଶ୍ରୀପଦ ୨୪ ବର୍ଷ ଧରି କର୍ଣ୍ଣାଟକ ଓ ମାଡ୍ରାସ୍‌ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୪ରେ ସେ ଆସିଷ୍ଟାଣ୍ଟ ସଲିସିଟର୍‌ ଜେନେରାଲ୍‌ ଅଫ୍‌ ଇଣ୍ଡିଆ ଭାବେ ନିଯୁକ୍ତି ପାଇଥିଲେ। କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ସେ ୨୦୧୮ ଫେବ୍ରୁଆରି ୧୪ରେ ଶପଥ ଗ୍ରହଣ କରିଥିଲେ। ୨୦୨୦ ଜାନୁଆରି ୭ରେ ସେ କର୍ଣ୍ଣାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ସୂଚନାଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟରେ ମଞ୍ଜୁରିପ୍ରାପ୍ତ ବିଚାରପତି ପଦ ୩୩ ଥିବା ବେଳେ ଏବେ ମୁଖ୍ୟ ବିଚାରପତିଙ୍କ ସମେତ ୧୯ଜଣ ବିଚାରପତି ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe