କଟକ/ନୂଆଦି: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରୀଶ ଟଣ୍ଡନଙ୍କୁ ନିଯୁକ୍ତି ମିଳିଛି। ଏ ନେଇ ଆଜି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତିଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଥିବା ସଂପର୍କରେ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଏଠାରେ ସୂଚନାଯୋଗ୍ୟ ଯେ ସୁପ୍ରିମକୋର୍ଟ କଲେଜିୟମ୍ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଏ ସଂକ୍ରାନ୍ତରେ ଗତ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା।
ଜଷ୍ଟିସ୍ ଟଣ୍ଡନ ୧୯୬୪, ନଭେମ୍ବର ୧୬ରେ ଜନ୍ମଗ୍ରହଣ କରିଥିଲେ। କଲିକତା ବିଶ୍ବବିଦ୍ୟାଳୟରୁ ୧୯୮୯ରେ ଏଲ୍ଏଲ୍ବି ଡିଗ୍ରି ହାସଲ କରିବା ପରେ ୧୯୮୯, ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ସେ କଲିକତା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିବା ସହିତ ସିଟି ସିଭିଲ୍ କୋର୍ଟ, ଡିଆରଟି ଓ ସୁପ୍ରିମକୋର୍ଟରେ ମଧ୍ୟ ଆଇନଜୀବୀ ଭାବେ ମାମଲା ପରିଚାଳନା କରିଥିଲେ। ୨୦୧୦, ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ଜଷ୍ଟିସ୍ ଟଣ୍ଡନ ଓଡ଼ିଶା ହାଇକୋର୍ଟର ୩୫ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/26/2025-12-26t132446534z-whatsapp-image-2025-12-26-at-65430-pm-2025-12-26-18-54-47.jpeg)
/sambad/media/media_files/2025/03/22/24vgnEIlIS5J3Q7KqBid.jpg)