କଟକ : ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଯଶୱନ୍ତ ସିଂହଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସୁପ୍ରିମକୋର୍ଟ କଲେଜିୟମ୍ର ସୁପାରିସ ଉପରେ ରାଷ୍ଟ୍ରପତିଙ୍କ ମୋହର ଲାଗିବା ପରେ ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ୍ ସିଂହ ପଞ୍ଜାବ ଓ ହରିଆଣା ହାଇକୋର୍ଟରୁ ବଦଳି ପରେ ୨୦୨୧ ଅକ୍ଟୋବର ୮ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୦୭ ଡିସେମ୍ବର ୫ରେ ସେ ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଏହାପରେ ତାଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିଲା।
ଜଷ୍ଟିସ୍ ଯଶୱନ୍ତ ସିଂହ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ
/sambad/media/post_attachments/wp-content/uploads/2023/02/justice-jasawant-singh.jpg)