ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କରିବେ ଜଷ୍ଟିସ ରଘୁବୀର ଦାଶ କମିସନ

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର କମିସନ ଗଠନ କରିଛନ୍ତି। ଓଡ଼ିଶା ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାଶ ଏହି କମିସନର ଅଧ୍ୟକ୍ଷ ରହିବେ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଜଷ୍ଟିସ ଦାଶଙ୍କୁ କମିସନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିଥିବାନେଇ ସ୍ପଷ୍ଟ ହେବା ପରେ ସର୍ବସାଧାରଣରେ ବିଭିନ୍ନ ସନ୍ଦେହ ପ୍ରକାଶ ପାଇଛି। ଏହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିିବା ବେଳେ ରାଜ୍ୟ ସରକାର କମିସନଙ୍କ ଦ୍ବାରା ବିଚାର ବିଭାଗୀୟ ତଦନ୍ତ ପାଇଁ ଘୋଷଣା କରିଥିଲେ। ଏହି କ୍ରମରେ ଓଡ଼ିିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଦାଶଙ୍କୁ ରାଜ୍ୟ ସରକାର କମିସନର ଅଧ୍ୟକ୍ଷଭାବେ ମଙ୍ଗଳବାର  ନିଯୁକ୍ତି ଦେଇଛନ୍ତି।

ସମ୍ବନ୍ଧିତ ଖବର