ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ଜଷ୍ଟିସ୍ ସଞ୍ଜୁ ପଣ୍ଡା

Advertisment
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ଜଷ୍ଟିସ୍ ସଞ୍ଜୁ ପଣ୍ଡା

କଟକ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବରେ କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ଡା ରହିବେ। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ.ଜାଭେରୀ ଅବସର ଗ୍ରହଣ କରିଥିବା ପରିପ୍ରେକ୍ଷୀରେ ଜାନୁଆରି ୫ ତାରିଖରୁ ହାଇକୋର୍ଟର ବରିଷ୍ଠତମ ବିଚା‌ରପତି ଜଷ୍ଟିସ ପଣ୍ଡା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିବେ ବୋଲି ବିଜ୍ଞପ୍ତିରୁ ସ୍ପଷ୍ଟ ହୋଇଛି।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୧୯୫୯, ଜୁଲାଇ ୧୦ରେ ଜନ୍ମିତ ଜଷ୍ଟିସ ପଣ୍ଡା ୨୦୦୭, ମାର୍ଚ୍ଚ ୧ରେ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ସେ ୧୯୮୫ରେ ଓକିଲ ଭାବେ ଲାଇସେନ୍ସ ହାସଲ କରିବା ପରେ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରଥିଲେ। ଦୀର୍ଘ ୨୧ ବର୍ଷର ଓକିଲାତି ପରେ ତାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe