କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ନୟାକୋଟ ଗ୍ରାମରେ ଜୁନ୍ ୧ ତାରିଖ ଭୋର ସମୟରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲକୁ ଚାଷ କରିବାକୁ ଯାଉଥିବା ଜଣେ ନାବାଳକ କର୍ମୁ ପଲେଇ ଓ ତାଙ୍କର ଦୁଇଟି ବଳଦ ପ୍ରାଣ ହରାଇଥିଲେ। ବିଦ୍ୟୁତ୍ ବିଭାଗର ଅବହେଳା ଯୋଗୁଁ ନାବାଳକଙ୍କ ମୃତ୍ୟୁ ହୋଇଥିବା ନେଇ ଜାତୀୟ ମାନବାଧିକାର କମିସନଙ୍କ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ନାୟକ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ କମିସନ ଏହି ମାମଲାକୁ ଗ୍ରହଣ କରିଛନ୍ତି।
ଏହି ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହାର ସବିଶେଷ ତଥ୍ୟ ପ୍ରଦାନ କରିବା ପାଇଁ ଏନ୍ଏଚ୍ଆର୍ସି ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି। ୪ ସପ୍ତାହ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/dead-new-indian-express.jpg)