୨୪ ଘଣ୍ଟାରେ ୧୭ ଜିଲ୍ଲାରେ କାଳବୈଶାଖୀ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ବର : ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିସନର ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼। ଏ ନେଇ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ କାଳବୈଶାଖୀ ସମୟରେ କୌଣସି ଦୁର୍ଘଟଣା ଘଟିଲେ ତୁରନ୍ତ ରିପୋର୍ଟ କରିବାକୁ ଏସ୍‌ଆର୍‌ସି ଜଣାଇଛନ୍ତି।

ସମ୍ବନ୍ଧିତ ଖବର