୨୪ ଜିଲ୍ଲାକୁ କାଳବୈଶାଖୀ ସତର୍କତା

Advertisment

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ଅଧିକାଂଶ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ପବନ ହୋଇପାରେ। ୧୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ବ୍ୟତୀତ....

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ଅଧିକାଂଶ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ପବନ ହୋଇପାରେ। ୧୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ବ୍ୟତୀତ....

rain

ଭୁବନେଶ୍ବର: ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ଅଧିକାଂଶ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ପବନ ହୋଇପାରେ। ୧୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳଢେଙ୍କାନାଳ ବ୍ୟତୀତ ବାକି ୨୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୮ ଓ ୧୯ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍‌ ରହିବ। ୨୦ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ପଶ୍ଚିମ ଓଡ଼ିଶାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେପଟେ ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ମଧ୍ୟରେ କଳାହାଣ୍ଡି ଜିଲ୍ଲାର ମଦନପୁର-ରାମପୁରରେ ୮୭ ମିମି ବର୍ଷା ହୋଇଥିବା ବେଳେ କଟକରେ ୭୮.୪, କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁରରେ ୬୬, କେନ୍ଦ୍ରାପଡ଼ାରେ ୬୫, ଡେରାବିଶରେ ୪୩, କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୬୫, ଗଜପତି ଜିଲ୍ଲାର ନୂଆଗଡ଼ରେ ୪୭.୨, ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୪୫, ନବରଙ୍ଗପୁରରେ ୪୪, ବଲାଙ୍ଗୀରର ସଇଁତଳାରେ ୪୧, ସୁନ୍ଦରଗଡ଼ର ଲହୁଣିପଡ଼ା ଓ ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀରେ ୪୦ ମିମି ବର୍ଷା ହୋଇଛି। ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି। ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ଆଜି ୪୦ ଡିଗ୍ରି ତଳେ ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe