ଜାରି ରହିବ କାଳବୈଶାଖୀ

Advertisment

ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

rain

ଭୁବନେଶ୍ବର: ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଶନିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତିଗଞ୍ଜାମ ଜିଲ୍ଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଅନ୍ୟପକ୍ଷରେ କାଳବୈଶାଖୀ ପ୍ରଭାବରେ ଗତ ୩୬ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଝଡ଼ବର୍ଷା ହୋଇଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରେ ସର୍ବାଧିକ ୬୮ ମିମି ବର୍ଷା ହୋଇଥିବା ବେଳେ କୋରାପୁଟ ଜିଲ୍ଲାର ଜୟପୁରରେ ୫୦.୨, ନୟାଗଡ଼ରେ ୪୮, କେନ୍ଦୁଝରର ସରପଦାରେ ୪୫.୨, କଟକ ଜିଲ୍ଲାର କଣ୍ଟାପଡ଼ାରେ ୩୯, ଢେଙ୍କାନାଳର କଙ୍କଡ଼ାହାଡ଼ରେ ୩୮.୮, ଅନୁଗୁଳର ବଅଁରପାଳରେ ୩୮.୪, ଭୁବନେଶ୍ବରରେ ୨୨.୮, କଟକରେ ୨୪ ମିମି ବର୍ଷା ରେକର୍ଡ କରାଯାଇଛି। ଆଜି ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରି ଓ ଟିଟିଲାଗଡ଼ରେ ୪୦ ଡିଗ୍ରି ଥିଲା। ଅନ୍ୟ ସବୁ ସହରରେ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe