ବିଜେପିର ବିକ୍ଷୋଭ ବେଳେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କୁ ଟେକିନେଲା ପୁଲିସ

Advertisment
ବିଜେପିର ବିକ୍ଷୋଭ ବେଳେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କୁ ଟେକିନେଲା ପୁଲିସ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜେପି ପକ୍ଷରୁ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା ବେଳେ କଳାହାଣ୍ଡି ସାଂସଦଙ୍କୁ ଟେକିନେଇଛି ପୁଲିସ। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ତଦନ୍ତ ବାଟବଣାର ପ୍ରତିବାଦ କରୁଛି ବିଜେପି । ଏହି ସମୟରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଏବଂ ଅନ୍ୟମାନଙ୍କୁ ପୁଲିସ ଟେକିନେଇଛି। ଆଜି ରାଜଧାନୀରେ ବିଜେପିର ବରିଷ୍ଠ ନେତା ଲେଖାଶ୍ରୀ ସାମନ୍ତସିଂହାର ଓ ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂହଙ୍କ ନେତୃତ୍ବରେ ହଜାରହଜାର କର୍ମୀ ୫ଟି ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେତେକ ଜାଗାରେ ଟାୟାର ଜାଳି ବିଜେପି ପକ୍ଷରୁ ରାସ୍ତାରୋକ କରାଯାଇଛି।

publive-image

ଦଳ ଅଭିଯୋଗ କରିଛି ଯେ, ଗତ କିଛି ବର୍ଷ ହେବ ରାଜ୍ୟରେ ସାଇବର ଅପରାଧ, ଶିଶୁ ଅପହରଣ, ଲୁଟ୍, ଦୁଷ୍କର୍ମ ଓ ହତ୍ୟା ପରି ଅପରାଧ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ଆସ୍ଥା ମୁଖ୍ୟମନ୍ତ୍ରୀଙ୍କ ଉପରୁ ତୁଟିଯାଇଛି।ତେଣୁ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁର ତଦନ୍ତ ବାଟବଣା ପ୍ରତିବାଦରେ ଆସନ୍ତା ୧୪, ୧୫, ୧୬ ରେ ବିଜେପି ପକ୍ଷରୁ ପର୍ଯ୍ୟାୟକ୍ରମେ ରାଜ୍ୟବ୍ୟାପି ଆନ୍ଦୋଳନ କରାଯିବ।

ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୧୫ରେ ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ ସହ ଆଇନ ଅମାନ୍ୟ ଆନ୍ଦୋଳନ ଓ ହରତାଳ କରାଯିବ। ସେହିପରି ୧୬ରେ ରାଜ୍ୟ ସରକାରଙ୍କୁ ବରଖାସ୍ତ ଦାବିରେ ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯାଇ ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ। ଏପରିକି ବିଜେପି ଏହି ଆନ୍ଦୋଳନକୁ ଆଗାମୀ ଦିନରେ ଆହୁରି ଅଧିକ ଶାଣିତ କରିବା ସହ ଗାଁ, ପଞ୍ଚାୟତ, ବ୍ଲକରେ ଆନ୍ଦୋଳନ କରିବ ବୋଲି ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe