ପୁରୀ ଜିଲ୍ଲାକୁ କାଳିଆ ସହାୟତା: ୧,୬୫,୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା

ପୁରୀ: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୩୩.୦୩କୋଟି ଟଙ୍କା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରିନଥିଲା ।

ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷୀମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା- ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଙ୍ଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଙ୍ଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇପାରିଛି ।

ସମ୍ବନ୍ଧିତ ଖବର