ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଦିବସ ଭେଟି: ୪୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା

Advertisment

୨୯ଜିଲ୍ଲାର ଚାଷୀଙ୍କ ବ୍ୟାଙ୍କ ଖାତାକୁ ୮୭୭ କୋଟି ଟଙ୍କାର ସହାୟତା

୨୯ଜିଲ୍ଲାର ଚାଷୀଙ୍କ ବ୍ୟାଙ୍କ ଖାତାକୁ ୮୭୭ କୋଟି ଟଙ୍କାର ସହାୟତା

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଦିବସ ଭେଟି: ୪୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା

ଭୁବନେଶ୍ବର : ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ରାଜ୍ୟର ୪୩ଲକ୍ଷରୁ ଅଧିକ ଚାଷୀଙ୍କୁ ୮୭୭କୋଟିର କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି।
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ କେବଳ ଝାରସୁଗୁଡ଼ା ଜିଲ୍ଲା ଚାଷୀଙ୍କୁ ଛାଡ଼ି ଅନ୍ୟ ଜିଲ୍ଲାର ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଏହି ସହାୟତା ଦିଆଯାଇଛି।

ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡ଼ି ହୋଇରହିଛି। ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଆର୍ଥିକ ବର୍ଷ ଆରମ୍ଭ କଲୁ।

ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି। ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇଭଉଣୀଙ୍କୁ ଯାଉଛି। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ତେଣୁ ଚାଷୀମାନେ କୃଷି କାର୍ଯ୍ୟରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରନ୍ତୁ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟଭିତ୍ତିକ ମିସନ କାର୍ଯ୍ୟକରୀ କରୁଛନ୍ତି। ତେଣୁ ଚାଷୀମାନେ ଫସଲ ବିବିଧକରଣ ଉପରେ ଗୁରୁତ୍ବ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ଅବସରରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ କାଳିଆ ଯୋଜନା ଚାଷୀମାନଙ୍କୁ ଆତ୍ମନିର୍ଭର କରିଛି। ଚାଷ ପାଇଁ ଧାର ଉଧାରରୁ ମୁକ୍ତି ମିଳିବା ସହ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିସନର ଅନୁ ଗର୍ଗ ଏବଂ କାଳିଆ ଯୋଜନାର ଉପଦେଷ୍ଟାମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି. କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ବିଭିନ୍ନ ଜିଲ୍ଲାର ଚାଷୀ କାଳିଆ ସହାୟତା ଦ୍ବାରା କିପରି ଉପକୃତ ହୋଇଛନ୍ତି ତାହା ବର୍ଣ୍ଣନା କରିଥିଲେ। ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ବାରା ସେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେ‌ଜରେ ଡାକ୍ତରୀ ପାଠ ପଢ଼ିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe