ଏସସିବି ମେଡିକାଲର ଆଇସିୟୁରେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ

କଟକ: କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି ପଦ୍ମଶ୍ରୀ ସମ୍ମାନପ୍ରାପ୍ତ କମଳା ପୂଜାରୀ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ପ୍ରଥମେ କାଜୁଆଲିଟି ଓ ପରେ ସ୍ବତନ୍ତ୍ର ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଚିକିତ୍ସା ପାଇଁ ଏସସିବି ମେଡିକାଲରେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ ଗଠନ କରାଯାଇଛି।
ସୂଚନାଯୋଗ୍ୟ, ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଓ ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତରଖାନରେ ଭର୍ତ୍ତି କରା ଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଥିଲା ଏବଂ ପତଳା ଝାଡା ଓ ଜ୍ଵର କମିଯାଇଥିଲା । ଗତ ୨୧ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କର କିଡନିଜନିତ ରୋଗର ସମସ୍ୟା ଗୁରୁତର ହେବାରୁ ତାଙ୍କୁ ଜୟପୁରରୁ ସ୍ବତନ୍ତ୍ର ଆମ୍ବୁଲାନ୍ସରେ କଟକ ଏସସିବି ମେଡିକାଲକୁ ଅଣାଯାଇଥିଲା। ଅଧିକ ଚିକିତ୍ସା ଆବଶ୍ୟକ ପଡୁଥିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡାକ୍ତରୀ ଟିମ୍ ଓ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି କ୍ରମେ ଏହି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି। ଡାକ୍ତର ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର