ଭଦ୍ରକ/ତିହିଡି: ଭଦ୍ରକ ଜିଲ୍ଲାବାସୀଙ୍କ ଦୀର୍ଘ ଦିନର ଦାବି ପରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ନାମରେ ଡାକଟିକଟ ଉନ୍ମୋଚିତ ହୋଇଛି। ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କେନ୍ଦ୍ର ରେଳ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ନାମରେ ଡାକଟିକଟ ପ୍ରଚଳନ ପାଇଁ ଦାବି ଉପସ୍ଥାପନ କରିଥିଲେ। ଓଡ଼ିଶାର ଅଗଣିତ ଜନସାଧାରଣଙ୍କ ଭାବାବେଗକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ସଙ୍ଗୀତକୁ ରାଜ୍ୟ ସଙ୍ଗୀତ ଭାବେ ମାନ୍ୟତା ଦେଇଥିଲେ।
ସମସ୍ତଙ୍କର ଦୀର୍ଘ ଦିନର ଦାବି ଥିଲା, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ନାମରେ ଏକ ଡାକ ଟିକେଟ ପ୍ରଚଳନ ହେଉ। ତାହା ଆଜି ସାଂସଦଙ୍କ ଉଦ୍ୟମ ପାଇଁ ସଫଳ ହୋଇଛି। ଭାରତ ସରକାରଙ୍କର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ଡାକ ବିଭାଗ, ଆନୁକୂଲ୍ୟରେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମ୍ମିଳନୀ କେନ୍ଦ୍ରଠାରେ କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ନାମରେ ଡାକଟିକଟ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/04/32.jpg)