ଗତକାଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର

ଗତକାଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର

କେନ୍ଦ୍ରାପଡ଼ା: ରାଜ୍ୟରେ ଗତକାଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଜଣାଯାଇଛି। ସେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ବୋଲି ସୂଚନା ଦେଇଛି ଜିଲ୍ଲା ପ୍ରଶାସନ । ଏ ନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ସ୍ପଷ୍ଟ କରିଛନ୍ତି । ଏହା ସହିତ କେନ୍ଦ୍ରାପଡ଼ା ଜିଲ୍ଲାରୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି। ଏହାପରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ରାଜନଗର ଅଂଚଳର ଦୁଇଟି ଗାଁକୁ ସିଲ୍ କରାଯାଇଛି।

ସୂଚନାଯୋଗ୍ୟ,  ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ଏହି ଯୁବତୀଙ୍କୁ କରୋନା ସନ୍ଦେହରେ  କଟକର ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ପରିବାରର ୩ ଜଣଙ୍କୁ କ୍ବାରାଣ୍ଟିନରେ ରଖିବା ପାଇଁ ମଧ୍ୟ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଥିଲା। ସଂପୃକ୍ତ ଯୁବତୀଙ୍କ ସ୍ବାବ୍‌ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି କି ନାହିଁ ସେ ନେଇ ସରକାରଙ୍କ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନ ଥିଲା। ତେବେ ସେ ପଜିଟିଭ ବୋଲି ଆଜି ସ୍ପଷ୍ଟ କରିଛି ଜିଲ୍ଲା ପ୍ରଶାସନ। ପୂର୍ବରୁ ଜିଲ୍ଲାର ଆଳି ଅଞ୍ଚଳରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

.ସେହିପରି  ଗତକାଲି ରାଜ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଆଉ ଦୁଇଜଣ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଆଜି ସକାଳେ ଜଣାଯାଇଛି। କରୋନାଭାଇରସ୍ ଆକ୍ରାନ୍ତ ଚିହ୍ନଟ‌ ହେବାରେ ଏହା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ଘଟଣା। ଏ ନେଇ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ଅଞ୍ଚଳର ବୋଲି ସୂଚନା ମିଳିଛି । ଏହି ଦୁଇ କରୋନା ଆକ୍ରାନ୍ତ ଏବେ ରାଉରକେଲାର ହାଇଟେକ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାଯାଇଛି। ଦୁହେଁ ଯାଜପୁରର କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା କୁହାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe