କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ୫ ଆକ୍ରାନ୍ତ ପଟ୍ଟାମୁଣ୍ଡାଇ ଅଞ୍ଚଳର, ସୂଚନା ଦେଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକ ତଥ୍ୟ ପ୍ରଦାନ କରାଯାଇଛି। ଏମାନେ କେନ୍ଦ୍ରାପଡ଼ା ଜିଲ୍ଲାର ପଟାମୁଣ୍ଡାଇ ଅଞ୍ଚଳର ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ୫ଜଣଯାକ ପୁରୁଷ ଓ ପଟ୍ଟାମୁଣ୍ଡାଇ ବ୍ଲକର ସାନଝରିଆ ପଞ୍ଚାୟତର। ସେମାନେ ସମସ୍ତେ ଗୁଜୁରାଟରୁ ଫେରିଥିଲେ ଏବଂ ସଂଗରୋଧରେ ଥିଲେ। ସେହି ୫ ଜଣଙ୍କୁ କଟକର ଅଶ୍ବିନୀ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି।
କେନ୍ଦ୍ରାପଡ଼ା ଜିଲ୍ଲାରୁ ଚିହ୍ନଟ ୫ ଆକ୍ରାନ୍ତଙ୍କ ବୟସ ୩୨, ୩୩, ୨୭, ୩୫ ଓ ୩୧ ବର୍ଷ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର