ପୁଣି ଜଣେ କରୋନା ଯୋଦ୍ଧା ସଂକ୍ରମିତ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ୍

Advertisment
ପୁଣି ଜଣେ କରୋନା ଯୋଦ୍ଧା ସଂକ୍ରମିତ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ୍

ଭୁବନେଶ୍ବର: ପୁଣି ଜଣେ ଆଗଧାଡ଼ିର କରୋନା ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବାର ଖବର ମିଳିଛି। ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ ଥିବା ନେଇ ସୂଚନା ମିଳିଛି। ନିଜର କରୋନା ସ୍ୱାବ ରିପୋର୍ଟ ପଜିଟିଭ ଆସିଥିବା ନେଇ ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ସୂଚନା ଦେବା ସହିତ ସ୍ବାସ୍ଥ୍ୟ ବିଭାଗ ମଧ୍ୟ ଏହାକୁ ସ୍ବୀକାର କରିଛି।

ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲା ପୁଲିସ ମୁଖ୍ୟାଳୟର ଜଣେ କର୍ମଚାରୀ ସଂକ୍ରମିତ ହୋଇଥିଲେ। ସଂପୃକ୍ତ କର୍ମଚାରୀ ସଂକ୍ରମିତ ହେବାରୁ ଅନ୍ୟମାନଙ୍କର ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ୱାଇଁଙ୍କର ପଜିଟିଭ ଆସିଥିବା ଜଣାପଡ଼ିଥିଲା। ତାଙ୍କୁ ଡାକ୍ତର ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଆଜି ରାଜ୍ୟରେ ୧୬୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୭୩ ଓ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭କୁ ବୃଦ୍ଧି ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe