ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ଖଣ୍ତହତା ଗ୍ରାମ ଛକ ନିକଟରେ ରବିବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କିନ୍ନରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଆନୁମାନିକ ବୟସ ୨୫ ବର୍ଷ ହୋଇଥିବା ବେଳେ ପରିଚୟ ଜଣାପଡ଼ିନାହିଁ।
ପ୍ରାପ୍ତ ସୂଚନାନୁସାରେ କିନ୍ନର ଜଣକ ଆଜି ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ଭାବେ ଆହତ ହୋଇ ରାସ୍ତା କଡ଼ରେ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ଆଣିଥିଲେ। ମାତ୍ର ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୋମବାର ଶବ ବ୍ୟବଛେଦ କରାଯିବ ବୋଲି ପୁଲିସ କହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/dead-f-1.jpg)