ଭୁବନେଶ୍ୱର: ଆଜି କିସ୍ ସମେତ ସମଗ୍ର ବିଶ୍ୱରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହେଉଥିବା ବେଳେ କିସ୍କୁ ମଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ କିସ୍କୁ ମିଳିଛି ସମ୍ମାନଜନକ ୟୁନେସ୍କୋ ଇଣ୍ଟରନ୍ୟାସ୍ନାଲ୍ ଲିଟେରାସି ପୁରସ୍କାର- ୨୦୨୨ । ଆଜି ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ କିସ୍ର ପ୍ରତିନିଧି ଏହି ପୁରସ୍କାର ଗ୍ରହଣ କରିଥିଲେ । ପୁରସ୍କାର ବାବଦରେ କିସ୍କୁ ୨୦ ହଜାର ଆମେରିକୀୟ ଡଲାର ଓ ମେଡାଲ୍ ଓ ପ୍ରଶସ୍ତିପତ୍ର ପ୍ରଦାନ କରଯାଇଥିଲା ।
/sambad/media/post_attachments/wp-content/uploads/2022/09/2e628dcf-d03f-4cc6-a5b8-4194d46992a1-e1662653310960.jpg)
ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ୫ମ ଅନୁଷ୍ଠାନ ଓ ତୃତୀୟ ଏନ୍ଜିଓ । ଏହା ଓଡିଶା ତଥା ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ । ଆଜି ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ଅବସରରେ କିସ୍ର ୩୦ ହଜାର ଛାତ୍ରଛାତ୍ରୀ ଏହି ଖୁସିରେ ଉତ୍ସବ ମନାଇଥିଲେ । ଶ୍ରୀ ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଲଡୁ ବଣ୍ଟନ ସହ ଶୁଭେଚ୍ଛା ଜଣାଇଥିଲେ ।
/sambad/media/post_attachments/wp-content/uploads/2022/09/4229a20c-9ff9-47ba-b18c-ab2f20b5c74a-e1662653376333.jpg)
ଶିକ୍ଷାବିତ୍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିସ୍ ହେଉଛି ବିଶ୍ୱର ସର୍ବବୃହତ ଆବାସିକ ଓ ଜନଜାତି ଶିକ୍ଷାନୁଷ୍ଠାନ । କିସ୍ରେ ଅଧ୍ୟୟନରତ ୩୦ହଜାର ଜନଜାତି ଛାତ୍ରଛାତ୍ରୀ ଓ ଉତ୍ତୀର୍ଣ୍ଣ ୪୦ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନଙ୍କର ସାମଗ୍ରିକ ବିକାଶ, ଧନ୍ଦାମୂଳକ ତାଲିମ ଓ କ୍ରୀଡାରେ ଉତ୍କର୍ଷତା ପ୍ରତିପାଦନ ନିମନ୍ତେ ସମସ୍ତ ପ୍ରକାର ସୁଯୋଗ ଯୋଗାଇ ଦେଉଛି ।
/sambad/media/post_attachments/wp-content/uploads/2022/09/f009432e-d409-4045-be96-1ec652290c6c-e1662653401212-1024x498.jpg)
୧୯୯୩ ମସିହାରେ ୧୨୫ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଛୋଟିଆ ଅନୁଷ୍ଠାନ ଆଜି ବିଶ୍ୱର ସର୍ବବୃହତ ଜନଜାତି ଆବାସିକ ଶିକ୍ଷାନୁଷ୍ଠାନରେ ପରଣିତ ହୋଇଛି । ୨୦୧୫ ମସିହାରୁ କିସ୍ ଜାତିସଂଘର ଅର୍ଥନୈତିକ ଓ ସାମାଜିକ ପରିଷଦ ଦ୍ୱାରା ସ୍ପେସିଆଲ୍ କନ୍ସଲ୍ଟେଟିଭର ମାନ୍ୟତା ପାଇଛି । ଏହାଛଡ଼ା ଜାତିସଂଘର ବିଭିନ୍ନ ସଂସ୍ଥା ଓ ବିଭିନ୍ନ ଆନ୍ତର୍ଜାତିକ ସଂସ୍ଥା ସହ କିସ୍ର ସହବନ୍ଧନ ରହିଆସିଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/1b9e198d-5830-48e7-8495-6c2bda55e429.jpg)