ବିଜେଡିରେ ଯୋଗଦେଲେ କୋକସରା ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୋକସରା ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ, ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ୨୨ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟଙ୍କ ସହ ଧର୍ମଗଡ଼ ଓ କଲ୍ୟାଣପୁର ବ୍ଲକର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଆଜି ଶଙ୍ଖ ଭବନଠାରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ରାଜ୍ୟସଭା ସାଂସଦ ସୁଜିତ କୁମାର, ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ସେମାନଙ୍କୁ ଉପଢୌକନ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ। ଏହାଦ୍ବାରା କଳାହାଣ୍ଡି ଜିଲ୍ଲାରେ ବିଜେଡି ସଂଗଠନ ଆହୁରି ସୁଦୃଢ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ଏହି ମିଶ୍ରଣ ପର୍ବରେ କଳାହାଣ୍ଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ, ଧର୍ମଗଡ଼ ବିଧାୟକ ମୌଷଧୀ ବାଗ ଓ ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର