କଟକ : ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ଓ ମରାମତି ପ୍ରସଂଗକୁ ନେଇ ହାଇକୋର୍ଟରେ ଦାୟର ମାମଲାର ଶୁଣାଣି ଘୁଞ୍ଚିଛି। କୋଣାର୍କ ଜଗମୋହନରୁ ବାଲି କଢାଯିବା ପ୍ରସଂଗରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ କାର୍ଯ୍ୟ ଚାଲିଛି ବୋଲି ହାଇକୋର୍ଟରେ ଗୁରୁବାର ଦିନ ଶୁଣାଣି ସମୟରେ ଦର୍ଶାଯାଇଥିଲା। ଏଭଳି ସ୍ଥିତିକୁ ବିଚାରକୁ ନେଇ ହାଇକୋର୍ଟ ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦କୁ ଧାର୍ଯ୍ୟ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀପ କୁମାର ମହାପାତ୍ରଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ କୋଣାର୍କ ସଂରକ୍ଷଣ ପ୍ରସଂଗରେ ଗ୍ରହଣ କରାଯାଉଥିବା ପଦକ୍ଷେପର ସାନି ସ୍ଥିତି ନେଇ ହାଇକୋର୍ଟଙ୍କୁ ଅବଗତ କରାଯିବ।
ସୂଚନା ଯୋଗ୍ୟ ଯେ ଆବେଦନକାରୀ ୨୦୧୬ରେ କୋଣାର୍କ ମନ୍ଦିର ପରିସରରେ ପାଣି ଜମିବା ଓ ମରାମତି ପ୍ରସଂଗକୁ ନେଇ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ଆମିକସ୍ କ୍ୟୁରୀ ଇଂଜିନିୟର ଏନ.କେ.ମହାନ୍ତି ଏହି ମାମଲା ପରିଚାଳନା କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Konarka_Temple.jpg)
