ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି। ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଛି। ସେ ଭୁବନେଶ୍ବରର ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଇତି ମଧ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ଏଯାଏଁ ୨ଜଣଙ୍କର ମୃତ୍ୟୁ ହୋଇଛି । ଏଣେ ଏବେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ସେମାନଙ୍କ ଭିତରୁ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୪୧ରେ ପହଞ୍ଚିଛି। ୬୨ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏଯାଏଁ ୨ଜଣଙ୍କର ମୃତ୍ୟୁ ହୋଇଛି ।

ଉଲ୍ଲେଖଯୋଗ୍ୟ,  ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ନମୁନା ପରୀକ୍ଷା ୫୦ହଜାର ଟପିଥିବା ଜଣାଯାଇଛି। ଗତକାଲି ଦିନକରେ ୩୦୬୦ ନମୁନା ପରୀକ୍ଷା ହୋଇଥିଲା । ଏହାଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫୦ହଜାର ୫୧୪ ନମୁନା ପରୀକ୍ଷା କରାଯାଇଛି ବୋଲି  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର