ଭୁବନେଶ୍ବର : ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ପରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ସରକାରଙ୍କ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ନିର୍ଦ୍ଦେଶକ ଦାୟିତ୍ବରେ ରହିବେ। ପୂର୍ବରୁ ଶ୍ରୀ ମିଶ୍ର ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଗୁରୁତ୍ବପୂର୍ଣ୍ଣ ପଦପଦବିରେ କାର୍ଯ୍ୟ କରିଥିଲେ। ବିଦାୟୀ ନିର୍ଦ୍ଦେଶକ ଶ୍ରୀ ମିଶ୍ରଙ୍କୁ ବିଭାଗ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ନିର୍ଦ୍ଦେଶକ ଶ୍ରୀ ସେଠୀ ବିଦାୟୀ ନିର୍ଦ୍ଦେଶକଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ଯୁଗ୍ମ ଶାସନ ସଚିବ, ଯୁଗ୍ମ ନିର୍ଦ୍ଦେଶକଙ୍କ ସମେତ ଓଡ଼ିଶା ସୂଚନା ସେବା ସଂଘର କର୍ମକର୍ତ୍ତାମାନେ ଏହି ସମ୍ବର୍ଦ୍ଧନା ସମୟରେ ସାମିଲ ହୋଇଥିଲେ।
ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ପଦରୁ ଅବସର ନେଲେ କୃପାସିନ୍ଧୁ ମିଶ୍ର
ନିର୍ଦ୍ଦେଶକ ଦାୟିତ୍ବ ନେଲେ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ
/sambad/media/post_attachments/wp-content/uploads/2021/06/Director-IPR.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)