ମାର୍ଚ୍ଚ ୧୫ରୁ ୧୯ ପର୍ଯ୍ୟନ୍ତ ଚାଲିବ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ‘କୃଷି ଓଡିଶା’

ଭୁବନେଶ୍ବର: ଚଳିତ ବର୍ଷ ମାର୍ଚ୍ଚ ୧୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ‘କୃଷି ଓଡିଶା’ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫିକି ସହଯୋଗରେ ୫ ଦିନ ଧରି ଏହି କାର୍ଯ୍ୟକ୍ରମ ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳ ପଡିଆରେ ଆୟୋଜିତ ହେବ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ସାଢେ ୫ଟାରେ ଉଦଘାଟନ କରିବେ ।

ସେହିପରି ଉଦଯାପନୀ ସନ୍ଧ୍ୟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେବେ ବୋଲି ସୂଚନା ମିଳିଛି । ଅନ୍ୟପଟେ ଚଳିତ ବର୍ଷ ଏହି ପ୍ରଦର୍ଶନୀର ଥିମ୍ ରହିଛି ସମନ୍ୱିତ ଚାଷ ଓ ଚାଷୀର ବିକାଶ । ଏହାସହ ଏଥର ପ୍ରଦର୍ଶନୀରେ ମୋଟ ୧୬୦ଟି ମଣ୍ଡପ ସ୍ଥାନ ପାଇବ ବୋଲି କୁହାଯାଇଛି ।

ଅନ୍ୟପଟେ ଚଳିତ ବର୍ଷ କୃଷି ଓଡ଼ିଶାରେ କୃଷକ ଉତ୍ପାଦକ ସଂଗଠନ, ମିଲେଟ ମିଶନ ଓ ମିଶନ ଶକ୍ତି, ଅମଳ ପରବର୍ତ୍ତୀ ଫସଲ ପରିଚାଳନା ନିମନ୍ତେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଆଦି ବିଷୟ ଉପରେ କେନ୍ଦ୍ରିତ ହେବ । କୋଭିଡ୍ ୧୯ ମାର୍ଗଦର୍ଶିକାକୁ ପାଳନ କରି ଏହା ଆୟୋଜିତ ହେବ । ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ମଧ୍ୟ ଲୋକମାନେ ଘରେ ବସି ଦେଖିପାରିବେ ବୋଲି କୁହାଯାଇଛି ।

ସମ୍ବନ୍ଧିତ ଖବର