କୁଚିଣ୍ଡା ଓ ପାଟଣାଗଡଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଖୋଲିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisment
୨ରେ ପଦ୍ମପୁର ଆସିବେ ମୁଖ୍ୟମନ୍ତ୍ରୀ

Oneindia Tamil

ସମ୍ବଲପୁର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ। ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡ୍‌ରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ।

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ଆଇଟିଆଇରେ ମଧ୍ୟ ୪ ଗୋଟି ଟ୍ରେଡ୍‌ରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ। ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ରହିଛି । ସେହିପରି ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ଆଇଟିଆଇ ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ଆଇଟିଆଇ ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ।

ସୂଚନାଯୋଗ୍ୟ ଯେ ସ୍କିଲ୍‌ଡ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ ୱାର୍ଲଡ ସ୍କିଲ୍‌ ସେଣ୍ଟର୍‌ ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe