ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ ହୋଇଛି |

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଥିବାବେଳେ ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ | ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ।

ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସମ୍ବନ୍ଧିତ ଖବର