RSP expansion: ଆର୍‌ଏସ୍‌ପି ସମ୍ପ୍ରସାରଣ ପାଇଁ ଲୋକଙ୍କ ସହମତିରେ ଜମି ଦିଆଯିବ:ମୁଖ୍ୟମନ୍ତ୍ରୀ

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ଆଜି କେନ୍ଦ୍ର ଭାରୀଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି।

DGADDAGDGZVC

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ଆଜି କେନ୍ଦ୍ର ଭାରୀଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଆର୍‌ଏସ୍‌ପି ସମ୍ପ୍ରସାରଣ ପାଇଁ ଜମି ଆବଶ୍ୟକ ଥିବାବେଳେ ଏଠାରେ ସ୍ଥାନୀୟ ଲୋକଙ୍କ ବିରୋଧ ଓ ଅନ୍ୟାନ୍ୟ ସମସ୍ୟା ଥିବାରୁ ଶ୍ରୀ କୁମାରସ୍ବାମୀ ଏନେଇ ଲୋକସେବା ଭବନରେ ସ୍ଥାନୀୟ ସାଂସଦ ତଥା ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ସମୟ ଆଲୋଚନା କରିଛନ୍ତି। ବୈଠକରୁ ଜଣାପଡ଼ିଛି ଯେ ଆର୍‌ଏସ୍‌ପିର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ବେଳେ, ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ସୁରୁଖୁରୁରେ କରିବା ପାଇଁ ଏଥିରେ ଆଲୋଚନା କରାଯାଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆର୍‌ଏସ୍‌ପିର ସମ୍ପ୍ରସାରଣ ଅତ୍ୟନ୍ତ ଆବଶ୍ୟକ। ଏହାଦ୍ବାରା ରାଜ୍ୟର ଆର୍ଥିକ ବିକାଶ ହେବା ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ହେଲେ ସ୍ଥାନୀୟ ଲୋକଙ୍କ ସମସ୍ୟାର ସମାଧାନ କରାଯାଇ ସହମତି ଭିତ୍ତିରେ ଜମି ଅଧିଗ୍ରହଣ କରାଯିବ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ
ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ଆଲୋଚନା କଲେ
ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ଜଣେ ଅଧିକାରୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହେବ

ବୈଠକର ନିଷ୍ପତ୍ତି ଅନୁଯାୟୀ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ଜଣେ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଲୋକଙ୍କ ସହିତ ଆଲୋଚନା ଜରିଆରେ ସବୁ ସମସ୍ୟାର ସମାଧାନ କରାଯିବ। ଷ୍ଟିଏପ୍ଲାଣ୍ଟ ସମ୍ପ୍ରସାରଣ ଲାଗି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ୍‌ଙ୍କ ସହଯୋଗ ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ କୁମାରସ୍ବାମୀ ଉଭୟଙ୍କୁ ଧନ୍ୟବାଦ ଦେଇଥିଲେ। ରାଉରକେଲାରେ ବିମାନବନ୍ଦର ସ୍ଥାପନ ପାଇଁ ଜମି ଯୋଗାଣ ଏବଂ ଅନ୍ୟାନ୍ୟ ବିଷୟ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ବୈଠକରେ ମୁଖ୍ୟ ସଚିବ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦେଓରଞ୍ଜନ କୁମାର ସିଂହ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, କେନ୍ଦ୍ର ଇସ୍ପାତ ସଚିବ ସନ୍ଦୀପ ପୋଣ୍ଡରିକ୍, ସେଲ୍‌ର ଅଧ୍ୟକ୍ଷ ଅମରେନ୍ଦୁ ପ୍ରକାଶ ଏବଂ ସେଲ୍‌ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe