ମାଲକାନଗିରି: ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର କର୍ତନପଲ୍ଲୀ ନିକଟସ୍ଥ ଗୋଗପଦର ଗ୍ରାମ ନିକଟସ୍ଥ ଜଙ୍ଗଲରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହେବାଫଳରେ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଙ୍କ ଗୋଡ଼ରେ ଗୁରୁତର ଆଘାତ ଲାଗିଥିବାବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି | ମିଳିଥିବା ସୂଚନା ମୁତାବକ ପ୍ରତିଦିନ ଭଳି ଆଜି ସକାଳୁ କର୍ତନପଲ୍ଲୀଠାରେ ଅବସ୍ଥାପିତ ୧୬୦ ବିଏସଏଫ ବାଟାଲିୟନ ଯବାନ କମ୍ବିଙ୍ଗ ଅପରେସନ କରିବାକୁ ଯାଇଥିଲେ।

Advertisment

publive-image

ତେବେ କମ୍ବିଙ୍ଗ ଅପରେସନ ସାରି ଫେରୁଥିବା ବେଳେ ଜଙ୍ଗଲରେ ନକ୍ସଲଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ହେବା ଫଳରେ ଜଣେ ଯବାନ ଗୁରୁତର ଆହତ ହୋଇଥିଲେ | ଆହତ ଯବାନଙ୍କ ନାମ ଧର୍ମେନ୍ଦ୍ର ସାହୁ ହୋଇଥିବାବେଳେ ତାଙ୍କୁ ଏବେ ମାଲକାନଗିରି ମେଡିକାଲରେ ଭର୍ତ୍ତି କରାଯାଇଛି | ବର୍ତ୍ତମାନ ଯବାନମାନେ ଘଟଣାସ୍ଥଳରେ କମ୍ବିଙ୍ଗ ଅପରେସନକୁ ଜୋରଦାର କରିଛନ୍ତି |