ଘଡ଼ଘଡ଼ି ବର୍ଷା ନେଇ ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଜିଠାରୁ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ମିଳିଛି। ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭବାନା ରହିଛି। ଏଥିସହିତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ସୋନପୁର ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଗତକାଲିଠାରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହିତ ୬ରୁ ୭ଟି ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଜି ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୦.୨ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଅନୁଗୁଳରେ ୧୮.୦ ଡିଗ୍ରି ତାନମାତ୍ରା ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର