ଲାଠିକଟା ତହସିଲଦାରଙ୍କୁ ବ୍ୟକ୍ତିଗତ ହାଜିରା ନିର୍ଦ୍ଦେଶ

Advertisment
ଖଣି ଅତିରିକ୍ତ ନିର୍ଦ୍ଦେଶକଙ୍କୁ ହାଇକୋର୍ଟରୁ ଜାମିନ

The New Indian Express

କଟକ : ଅଦାଲତ ଅବମାନନା ମାମଲାର ଶୁଣାଣି କରି ହାଇକୋର୍ଟ ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ଲାଠିକଟାର ତହସିଲଦାରଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ମ୍ୟୁଟେସନ୍ ମାମଲାର ଫଏସଲା କରାଯାଇ ନଥିବ, ତେବେ ଜୁଲାଇ ୧୧ରେ ତହସିଲଦାର ହାଜର ହୋଇ ବିଳମ୍ବ ପାଇଁ ସ୍ପଷ୍ଟୀକରଣ ଦେବେ‌ ବୋଲି ହାଇକୋର୍ଟ କହିଛନ୍ତି। ଏଥିପାଇଁ ତହସିଲଦାର କୌଣସି ଟିଏ ବା ଡିଏ ଦାବି କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ କୈଳାସ ମାଗୁଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ବିଚାରାଧୀନ ଥିବା ମ୍ୟୁଟେସନ୍ ମାମଲାର ୬ ମାସ ଭିତରେ ଫଏସଲା କରିବାକୁ ଲାଠିକଟା ତହସିଲଦାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇ ନଥିବା ବେଳେ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ୨୦୧୯, ମାର୍ଚ୍ଚ ୧୨ର ନିର୍ଦ୍ଦେଶ ତିନିମାସ ଭିତରେ କାର୍ଯ୍ୟକାରୀ କରିବାକୁ ତହସିଲଦାରଙ୍କୁ ୨୦୨୦, ସେପ୍ଟେମ୍ବର ୭ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହାପରେ ମଧ୍ୟ ହାଇକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେବାରୁ ଆବେଦନକାରୀଙ୍କ ପକ୍ଷରୁ ତହସିଲଦାରଙ୍କ ବିରୋଧରେ ଦ୍ବିତୀୟ ଅଦାଲତ ଅବମାନନା ମାମଲା ଦାୟର କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe