ବିଶ୍ବନାଥଙ୍କ ଦର୍ଶନ କରି ଆଶୀର୍ବାଦ ଆଣନ୍ତୁ: ମୁଖ୍ୟମନ୍ତ୍ରୀ

Advertisment

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ

ବିଶ୍ବନାଥଙ୍କ ଦର୍ଶନ କରି ଆଶୀର୍ବାଦ ଆଣନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ରେ ଶୁକ୍ରବାର ଦିନ ଭୁବନେଶ୍ୱରଠାରୁ ଆହ୍ଲାବାଦ୍‌ (ପ୍ରୟାଗରାଜ) ତଥା ବାରଣାସୀ ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଭିଡିଓ ବାର୍ତ୍ତା ମାଧ୍ୟମରେ ଯାତ୍ରା କରୁଥିବା ସମସ୍ତ ତୀର୍ଥଯାତ୍ରୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଥିଲେ। ଏହି ଅବସରରେ ମୁଖମନ୍ତ୍ରୀ କହିଲେ, କରୋନା ଯୋଗୁଁ ଗତ ୨ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ଥିବା ବରିଷ୍ଠ ନାଗରିକମାନଙ୍କ ପାଇଁ ତୀର୍ଥଯାତ୍ରା କାର୍ଯକ୍ରମ ପୁଣି ଆରମ୍ଭ ହୋଇପାରିଛି। ଚଳିତବର୍ଷ ଆମେ ୭ହଜାର ବରିଷ୍ଠ ନାଗରିକଙ୍କ ପାଇଁ ତୀର୍ଥଯାତ୍ରା ବ୍ୟବସ୍ଥା କରିଛୁ। ପ୍ରୟାଗରାଜ-ବାରଣାସୀକୁ ଯାଉଥିବା ଏହି ତୀର୍ଥଯାତ୍ରୀମାନେ ଭଗବାନ ବିଶ୍ୱନାଥଙ୍କ ଦର୍ଶନ କରି ନିଜ ପରିବାର ତଥା ଓଡ଼ିଶାବାସୀଙ୍କ ପାଇଁ ବାବାଙ୍କର ଆଶୀର୍ବାଦ ନେଇ ଆସନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ସ୍ୱତନ୍ତ୍ର ଟ୍ରେନ୍ ଭୁବନେଶ୍ୱର ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରୁ ଦିନ ୧୨ଟା ୪୫ରେ ଛାଡ଼ିଥିଲା। ଏଥିରେ ବରିଷ୍ଠ ନାଗରିକ ଓ ସେମାନଙ୍କ ପାଇଁ ସୁରକ୍ଷା ଅଧିକାରୀମାନଙ୍କୁ ମିଶାଇ ମୋଟ ୯୮୨ ଜଣ ଯାତ୍ରା କରିଛନ୍ତି। ଏହି ଯୋଜନାରେ ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଆଦି ୭ଟି ଜିଲ୍ଲାରୁ ବରିଷ୍ଠ ନାଗରିକମାନଙ୍କୁ ସାମିଲ୍‌ କରାଯାଇଥିଲା।

କାର୍ଯ୍ୟକ୍ରମର ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମୀର ରଞ୍ଜନ ଦାଶ, ତୁଷାରକାନ୍ତି ବେହେରା, ବିଧାୟକ ପ୍ରଶାନ୍ତ ମୁଦୁଲି, ଶଶୀଭୂଷଣ ବେହେରା, ସୁରେଶ ରାଉତରାୟ, ଅନନ୍ତ ନାରାୟଣ ଜେନା, ଅରବିନ୍ଦ ଢାଲି, ସମ୍ବିତ ରାଉତରାୟ, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଲେନିନ୍ ମହାନ୍ତି ଏହି ଯୋଜନାର ଉପଦେଷ୍ଟା ଦୁର୍ଗା ପ୍ରସାଦ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ୍ ରାମଚନ୍ଦ୍ର ଯାଦବ ଏବଂ ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ ସ୍ୱାଇଁ ପ୍ରମୁଖ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ। ଉପସ୍ଥାପକ ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ଭୁବନେଶ୍ୱର ବ୍ଲକ ଶିକ୍ଷା ଅଧିକାରୀ ପ୍ରଜ୍ଞା ପାରମିତା ଜେନା ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe