ଆଇନଜୀବୀଙ୍କ ସୁରକ୍ଷା ପ୍ରସଙ୍ଗ : ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଆଇନଜୀବୀଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ପ୍ରଣୟନ ପ୍ରସଂଗରେ ପଦକ୍ଷେପ ଗ୍ରହଣ ପାଇଁ ଆଇନ ସଚିବଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଆବେଦନକାରୀ ଲିଖିତ ପ୍ରସ୍ତାବ ଦାଖଲ କରିବା ପରେ ଆଇନ ସଚିବ ଏହି ପ୍ରସଂଗରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ.ଜାଭେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଇନଜୀବୀ ଶିବ ନାରାୟଣ ବିଶ୍ବାଳଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନ‌ିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଡକ୍ଟର ଅଶୋକ କୁମାର ମହାପାତ୍ର ମାମଲା ପରିଚାଳନା କରୁଥିଲେ।

ମାମଲାର ବିବରଣୀରୁ ପ୍ରକାଶ ଯେ ମଧ୍ୟପ୍ରଦେଶରେ ଆଇନଜୀବୀଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ରହିଥିବା ବେଳେ ଓଡ଼ିଶାରେ ମଧ୍ୟ ଏପରି ଆଇନ ପ୍ରଣୟନର ଆବଶ୍ୟକତା ରହିଛି ବୋଲି ଦର୍ଶାଇ ଆଇନଜୀବୀ ଶ୍ରୀ ବିଶ୍ବାଳ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାମଲାରେ ସୁପ୍ରିମକୋର୍ଟ ରେଜିଷ୍ଟ୍ରି, ରାଜ୍ୟ ଗୃହ ସଚିବ, ସାଧାରଣ ପ୍ରଶାସନ ବିଭାଗ ସଚିବ, ଆଇନ ସଚିବ, ବାର କାଉନସିଲ ଅଫ୍ ଇଣ୍ଡିଆ, ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ କରାଯାଇଥିଲା।

ସମ୍ବନ୍ଧିତ ଖବର