ପଶ୍ଚିମ ଓଡ଼ିଶାରେ ଆଇନଜୀବୀ ଆନ୍ଦୋଳନ ପ୍ରସ˚ଗ : ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ ପାଇଁ ନିର୍ଦ୍ଦେଶ

odishasuntimes.com

କଟକ : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ସଂପର୍କିତ ଆଇନଜୀବୀଙ୍କ ଆନ୍ଦୋଳନ ପ୍ରସଂଗକୁ ନେଇ ଦାୟର ଜନସ୍ବାର୍ଥ ମାମଲାରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ କରିବା ପାଇଁ ହାଇକୋର୍ଟ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୫କୁ ଧାର୍ଯ୍ୟ କରାଯାଇଥିବା ବେଳେ ଆଇନଜୀବୀଙ୍କ ଆନ୍ଦୋଳନ ପ୍ରସଂଗ‌େର କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ଆଇନଜୀବୀ ପରିଷଦ ହାଇକୋର୍ଟରେ ପକ୍ଷ ରଖିବ। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌.ଜାଭେରୀ ଓ ଜଷ୍ଟିସ କେ.ଆର‌୍‌.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ତପୀଠ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ଏ ସ˚ପର୍କିତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଆବେଦନରେ ଦର୍ଶାଯାଇଛି ଯେ ସମ୍ବଲପୁର ଜିଲ୍ଲା ବାର ଆସୋସିଏସନ ପକ୍ଷରୁ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ବେଳେ ସ˚ପୃକ୍ତ ଅଞ୍ଚଳରେ ଏକ ପ୍ରକାର ଅଚାବସ୍ଥା ସୃଷ୍ଟି ଦେଖା ଦେଉଛି। ବିଭିନ୍ନ ବିଚାର ବିଭାଗୀୟ ଅଦାଲତ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ ସ୍ବଭାବିକ ଭାବେ କାର୍ଯ୍ୟ କରୁ ନାହିଁ। ଏପରି ଆନ୍ଦୋଳନ ଯୋଗୁ ସାଧାରଣ ଲୋକମାନେ ବିଶେଷ ଭାବେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୃହତର ସ୍ବାର୍ଥ ଦୃଷ୍ଟିରୁ ଅଦାଲତ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ସ୍ବାଭାବିକ ଭାବେ କାର୍ଯ୍ୟ କରିବା ନେଇ ସରକାର ସୁନିଶ୍ଚିତ କରିବା ଉଚିତ। ଏ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆଧାରରେ ହାଇକୋର୍ଟ ୨୦୦୮, ଏପ୍ରିଲ ୧୫ରେ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଥିଲେ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ପୂର୍ବରୁ ଏହି ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe