ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ ଜାରି

କଟକ : ଓଡ଼ିଶା ହାଇକୋର୍ଟରେ ନିୟମିତ ଭାବେ ଓକିଲାତି କରୁ ନଥିବା ଆଇନଜୀବୀଙ୍କ ନାମ ବିଚାରପତି ପଦ ପାଇଁ ସୁପାରିସ, ସ୍ୟାଟ୍ ଉଚ୍ଛେଦ, ଆଇନଜୀବୀଙ୍କ ଦାବିକୁ ଅଣଦେଖା ଅଭିଯୋଗ ଓ ଅନ୍ୟ କେତେକ ପ୍ରସଂଗକୁ ନେଇ ଆଇନଜୀବୀମାନେ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ସଭାପତି ଗୋପାଳକୃଷ୍ଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହାଇକୋର୍ଟ ବାର୍ ଆସୋସିଏସନ୍ ସାଧାରଣ ପରିଷଦ ବୈଠକରେ ଆଲୋଚନା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ ଜାରି ରଖିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଛି। ଅନ୍ୟପକ୍ଷରେ ଆଇନଜୀବୀଙ୍କ ଦାବି ସଂପର୍କରେ ମୁଖ୍ୟ ବିଚାରପତି ଓ ଅନ୍ୟ ବିଚାରପତିଙ୍କୁ ଅବଗତ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ଅଗଷ୍ଟ ୨୨ରେ ଅନୁଷ୍ଠିତ ସାଧାରଣ ପରିଷଦ ବୈଠକରେ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ସମ୍ବନ୍ଧିତ ଖବର