ଭୁବନେଶ୍ବର : ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗତ ମାସ ୧୯ ତାରିଖରେ କରୋନାରେ ସଂକ୍ରମିତ ହୋଇଥିଲେ। ଏହା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ଏମ୍ସ୍ କୋଭିଡ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ଡାକ୍ତରୀ ଟିମ୍ ଏମ୍ସ୍ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ଶ୍ରୀ ନାଏକଙ୍କୁ କିପରି ଉତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯାଇପାରିବ, ସେ ସମ୍ପର୍କରେ ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ କହିଛନ୍ତି। ଶ୍ରୀ ଦାସ ବିରୋଧୀ ଦଳ ନେତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେହିପରି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ଶ୍ରୀ ନାଏକଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।
Advertisment

Sambad is now on WhatsApp
Join and get latest news updates delivered to you via WhatsApp