ଭୁବନେଶ୍ୱର: ରାଜ୍ୟରେ କୋଭିଡ଼ ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ ରହିଛି। ଜେନେରାଲ ବେଡ଼ ୯ପ୍ରତିଶତ, ଆଇସିୟୁ ବେଡ଼ ୧୫ ପ୍ରତି ଶତ, ଭେଣ୍ଟିଲେଟର ୫ରୁ ୬ ପ୍ରତିଶତ ଥିବା ବେଳେ ପେଡ଼୍ରିଆଟିକ ଆଡମିସନ ବହୁତ କମ ରହିଛି। ଏହି ଲହରରେ ହସ୍ପିଟାଲ ଆଡମିସନ ଓ ଅକ୍ସିଜେନ ଆବଶ୍ୟକତା କମ ରହିଛି।
ବର୍ତ୍ତମାନ ରାଜ୍ୟରେ କିଛିଦିନ ହେବ ୧୦ରୁ ୧୧ହଜାର ଭିତରେ ଦୈନିକ ସଂକ୍ରମଣ ରହୁଛି।ସର୍ବନିମ୍ନ ୧୦ ରୁ ୧୫ ଦିନ ସମୟ ଦରକାର ଏହି ଟ୍ରଣ୍ଡ ବିଷୟରେ ଜାଣିବା ପାଇଁ। ଯେପର୍ଯ୍ୟନ୍ତ ଏ ଟ୍ରେଣ୍ଡ ବିଷୟରେ ନ ଜାଣିଛେ ତାହା ଆଗକୁ ବଢିବ ନା କମିବ କହିବା ଯୁକ୍ତିଯୁକ୍ତ ନୁହେଁ। ସିଡିସି ୧୫ ଦିନ ପୂର୍ବରୁ କହିଛନ୍ତି ଯେ ହୋମ ଆଇସୋଲେସନକୁ ୫ଦିନ କଲେ। କୌଣସି ଅସୁବିଧା ହେବ ନାହିଁ। ଜଳବାୟୁ, ଲୋକଙ୍କ ବ୍ୟବହାର, ଭିତ୍ତିଭୂମି ଦେଖି ଆମେ ସେସବୁକୁ ଲୋକ ଗ୍ରହଣ କରିନାହାଁନ୍ତି । ଅନ୍ୟଦେଶ ମଧ୍ୟ ଗ୍ରହଣ କରିନାହାଁନ୍ତି। ବୋଧହୁଏ ଆଗକୁ ଗ୍ରହଣ କରାଯାଇପାରେ।ବର୍ତ୍ତମାନ ଟାସ୍କଫୋର୍ସ ଯେଉଁ ସାତ ଦିନ ନିୟମ କରିଛନ୍ତି, ତା କୁ ମାନି ଚଳିବା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/bijay-moh-hd-1-1.jpg)