କଟକ: ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ଟାଙ୍କିରେ ତେଲ ପକାଇବାକୁ ଅନୁମତି ମିଳିବନି। ମୋଟର ଯାନ ନିୟମ ଉଲ୍ଲଂଘନ କରି ପ୍ରଦୂଷଣ ସୃଷ୍ଟି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ଏହି ପଦକ୍ଷେପ ଗ୍ରହଣ କରିଛି। ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ତତ୍ତ୍ୱାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ କମ୍ପାନିଙ୍କୁ ଚିଠି ଲେଖାଯାଇଛି।
ଏହାଦ୍ୱାରା ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାୟୁ ଗୁଣବତ୍ତା ମାନକୁ ଉନ୍ନତ ରଖାଯିବ ଏବଂ ବିଶେଷକରି ପରିବହନ ଯୋଗୁଁ ହେଉଥିବା ପ୍ରଦୂଷଣକୁ କମ୍ କରାଯାଇପାରିବ ବୋଲି ଆଶା କରାଯାଉଛି। ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ। ଏଥିପାଇଁ ଗାଡ଼ିଗୁଡିକୁ ନିୟମିତ ବ୍ୟବଧାନରେ ପଞ୍ଜୀକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ। ସେହିଭଳି ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନର ମଧ୍ୟ ବ୍ୟବସ୍ଥା ରହିଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟ୍ରେ ଇ-ଡିଟେକ୍ସନ୍ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଥିବା ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ପ୍ରେସ୍ ବିବୃତିରେ ସୂଚନା ଦିଆଯାଇଛି।
Death to humanity: ମରିଗଲା ମାନବିକତା: ରୋଗଗ୍ରସ୍ତ ବୃଦ୍ଧଙ୍କୁ ରାସ୍ତାରେ ଫିଙ୍ଗି ଚାଲିଗଲେ ସମ୍ପର୍କୀୟ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/10/petrol-pump-2025-07-10-01-58-38.jpg)