ଭୁବନେଶ୍ୱର: ଆଜି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି। ବସ୍ତାର ପୂର୍ବତନ ବିଧାୟକ ରଘୁନାଥ ମହାନ୍ତି ଏହି ଆସନରୁ ୫ ଥର ବିଧାୟକ ହୋଇ ନବୀନଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ବ ତୁଲାଇଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ ତାଙ୍କୁ ବିଜେଡି ଏଥର ପ୍ରାର୍ଥୀ କରିବ କି ନା ତାହା ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରେ। ସେ ବିଜେଡିରେ ଅଛନ୍ତି ଏବଂ ଦଳର ଉପସଭାପତି ବୋଲି କହିବାକୁ ଭୁଲି ନଥିଲେ। ରଘୁନାଥ ମହାନ୍ତିଙ୍କୁ ବିଜେଡି ଏଥର ବାଲେଶ୍ୱର ଜିଲ୍ଲାର ବସ୍ତା ଆସନରୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ହେଉଛି।