୧୬ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

Advertisment
ଆଜି୧୦ ଜିଲ୍ଲା‌ରେ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୧୬ ତାରିଖରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାଛଡ଼ା ଆଗାମୀ ୨୪ ଘଣ୍ଟା ପରେ ରାଜ୍ୟରେ ରାତ୍ରି ତାପମାତ୍ରା ୩ ରୁ ୫ ଡିଗ୍ରି ଯାଏଁ ବୃଦ୍ଧି ପାଇବ। ଏହାଫଳରେ ଶୀତ କମିବ।

ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। ପଶ୍ଚିମା ଝଡ଼ର ପ୍ରଭାବରେ ୧୬ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୪ ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି। କିନ୍ତୁ ୧୭ ତାରିଖରୁ ପୁଣି ରାଜ୍ୟରେ ପାଗ ଶୁଖିଲା ରହିବ।

ଏଣେ ଗତ ଦୁଇ ଦିନ ଧରି ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଶୀତ ଲହରି ମଧ୍ୟ ପ୍ରବାହିତ ହୋଇଥିବା ଜଣାପଡ଼ିଛି। ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ତଳକୁ ଖସିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe