ଭୁବନେଶ୍ବର: ତଳ ମୁହାଁ ଥିବା ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇ ଡିଗ୍ରି ବଢ଼ିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ଡିଗ୍ରି ଯାଏ ବଢ଼ିଛି। ଗତକାଲି ରାତିରେ ବି ଘୁ. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ରେକର୍ଡ ହୋଇଛି। ଏହାବ୍ୟତୀତ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୮.୭, ଫୁଲବାଣୀରେ ୧୦, ଦାରିଙ୍ଗବାଡ଼ି ଓ କୋରାପୁଟରେ ୧୧, ଭବାନୀପାଟଣା ଓ ଝାରସୁଗୁଡ଼ାରେ ୧୨, ରାଉରକେଲାରେ ୧୨.୧, ନବରଙ୍ଗପୁରରେ ୧୨.୫, ସୁନ୍ଦରଗଡ଼ ଓ ଅନୁଗୁଳରେ ୧୨.୬ ଡିଗ୍ରି ରହିଥିଲା।

Advertisment

ଆଗାମୀ ୪ ଦିନ ପାଇଁ ଓଡ଼ିଶାର ଜିଲ୍ଲାଗୁଡ଼ିକର ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତା’ପରଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରି ବୃଦ୍ଧି ଏବଂ ସର୍ବାଧିକ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି। ଆଗାମୀ ୫ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୭ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ପୁରୀ ଜିଲ୍ଲା ଏବଂ ୨୮ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ମାଲକାନଗିରିକୋରାପୁଟ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।