ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ସମ୍ଭାବନା!

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଖୋର୍ଦ୍ଧା, ବଲାଙ୍ଗିର, ସୋନପୁର ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସେହିପରି ଆସନ୍ତା ଶନିବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଥିବା ମଧ୍ୟ ଏହି ରିପୋର୍ଟରେ କୁହାଯିବା ସହ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍ଗାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି।

ବିହାର ଓ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଉପାନ୍ତ ଠାରୁ ଉପକୂଳ ପର୍ଯ୍ୟନ୍ତ ଅର୍ଦ୍ଧାଧିକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର