ତିନିଦିନ ଧରି କାଳବୈଶାଖୀ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ତିନିଦିନ ଧରି କାଳବୈଶାଖୀ ବର୍ଷାର ସମ୍ଭାବନା ଥିବା ନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆସନ୍ତାକାଲି ମାଲକାନଗିରି ଓ କୋରାପୁଟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ସେହିପରି ୨୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କନ୍ଧମାଳ ଓ ଗଞ୍ଜାମ ଆଦି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ଏନେଇ ସତର୍କ ସୂଚନା ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।

YouTube

ସେହିପରି ୨୮ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ପୁରୀକୁ ଛାଡ଼ି ଦେଲେ ଅନ୍ୟ ସମସ୍ତସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୯କୁ ଛାଡ଼ି ଦେଲେ ୩୦ରେ ପୁଣି ୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ରହିଛି। ଆଜି ଓଡ଼ିଶାର ମାଲକାନଗିରିିରେ ସର୍ବାଧିକ ତାପମାତ୍ରା ୪୦.୦ ଡିଗ୍ରି ସେଲସିୟସ୍‌ ଥିବା ବେଳେ କେନ୍ଦୁଝରରେ ସର୍ବନିମ୍ନ ୧୬.୮ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର