୧୫ଟି ଜିଲ୍ଲାରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା
ଭୁବନେଶ୍ୱର: ଶୁକ୍ରବାର ରାଜ୍ୟର ୧୫ଟି ଜିଲ୍ଲାରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ୧୫ଟି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲା ରହିଛି।
Sambad is now on WhatsApp
Join and get latest news updates delivered to you via WhatsApp
ତେବେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ିକୁ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ, ବୈଦ୍ଧ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଆସନ୍ତା କାଲିଠାରୁ ଦୁଇଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଓ ବିଜୁଳି-ଘଡ଼ଘଡ଼ି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ତାଳଚେର ଓ ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧.୦ ଡିଗ୍ରି ଥିବା ବେଳେ ସୁନ୍ଦରଗଡ଼ରେ ୨୦.୦ ଡିଗ୍ରି ସେଲସିୟସ୍ ରହିଛି।